ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍, ୨ ମୃତ :ରାଉରକେଲା

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP) ରେ ଗ୍ୟାସ୍ ଲିକ୍ ହୋଇଛି। ମିଳିଥିବା ଖବର ଅନୁଯାୟୀ, ଆଜି ସକାଳୁ ସକାଳୁ ରାଉରକେଲା  ଷ୍ଟିଲପ୍ଲାଣ୍ଟର କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ହୋଇଥିଲା। ପ୍ରଥମେ ୧୦ କର୍ମଚାରୀ ଅସୁସ୍ଥ ହୋଇଥିବା ସୂଚନା ମିଳିଥିଲା। ସେମାନଙ୍କ  ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲା। ସେମାନଙ୍କୁ IGHରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ର ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣଙ୍କ ଅବସ୍ଥା ମଧ୍ୟ ଗୁରୁତର ଅଛି। ତେବେ କେଉଁ କାରଣରୁ ଗ୍ୟାସ ଲିକ୍‌ ହୋଇଥିଲା ଏବଂ କେତେ ଜଣ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।। ତେବେ ଅଧିକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ୍‌ ହୋଇଥିଲା ଯେଉଁଠି ପ୍ଲାଣ୍ଟର ଅନେକ କର୍ମଚାରୀ କାମ କରୁଥିଲେ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here