ନୟାଗଡ଼ ଜିଲ୍ଲାର ସମସ୍ତ ଗ୍ରାମକୁ ପାନୀୟ ଜଳର ବ୍ୟବସ୍ଥା ଓ ଖରିଫ ଧାନ ସଂଗ୍ରହ ବ୍ୟବସ୍ଥା କାର୍ଯ୍ୟକ୍ରମ I

ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ନୟାଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୟାଗଡ଼ ଜିଲ୍ଲାର ସମସ୍ତ ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା, ଖରିଫ ଧାନ ସଂଗ୍ରହ ବ୍ୟବସ୍ଥାକୁ କିପରି ସୁଦୃଢ଼ କରାଯିବ ଓ ମହାତ୍ମା ଗାନ୍ଧୀ ଆତ୍ମ ନିର୍ଭର କର୍ମନିଯୁକ୍ତି ଯୋଜନା ସମ୍ପର୍କରେ ଜିଲ୍ଲାରେ କିଭଳି କାର୍ଯ୍ୟକ୍ରମ ହେଇଛି ସମୀକ୍ଷା କରିଥିଲେ । ଏହି ବୈଠକରେ ଉପସ୍ଥିତ ଥିଲେ ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ, ଦଶପଲ୍ଲା ମାନ୍ୟବର ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁର ମାନ୍ୟବର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଜୟ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ୍ ରାଉତରାୟ, ଜିଲ୍ଲା ଯୋଗାଣ ଅଧିକାରୀ ଗଜେନ୍ଦ୍ର ନାୟକ, ପାନୀୟ ଜଳ ଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜିବ କୁମାର ପାଣିଗ୍ରାହୀ ଏବଂ ଜିଲ୍ଲା ର ସମସ୍ତ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here