ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ କରୋନା ରୋଗୀ

ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି  ଚିହ୍ନଟ ହୋଇଛନ୍ତି ୩୦ ଜଣ । କରୋନା ତାଲିକାରେ ଆଜି ମଧ୍ୟ ସୁନ୍ଦରଗଡ଼ ସର୍ବାଗ୍ରେ ରହିଛି।  ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୧୨୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ୮୮ ଥିବା ଜଣାଯାଇଛି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୨୫୪୧ ଥିବାବେଳେ ସୁସ୍ଥ ହୋଇ ଫେରିଛନ୍ତି ୩୨୮୪୫୨। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୨୧୪୧। ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି ଏବଂ ମୃତକ ଜଣକ ଭୁବନେଶ୍ୱରର। ୭୦ ବର୍ଷ ବୟସ୍କ ଏହି ମୃତକ ଜଣକ ପୂର୍ବରୁ ଡାଇବେଟିସ୍‌ ଏବଂ ହାଇପର ଟେନ୍‌ସନରେ ଆକ୍ରାନ୍ତ ଥିଲେ।  ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୯୫ରେ ପହଞ୍ଚିଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here