ଭୁବନେଶ୍ଵର କୃଷି ଭବନ ଠାରେ ବୃହତ ଜଳଯୋଗାଣ ପ୍ରକଳ୍ପର ସମୀକ୍ଷା ବୈଠକ

ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ଵର କୃଷି ଭବନ ଠାରେ ନୟାଗଡ଼ ଜିଲ୍ଲାର ବୃହତ ଜଳଯୋଗାଣ ପ୍ରକଳ୍ପର ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୟାଗଡ଼ ଜିଲ୍ଲାର ସମସ୍ତ ଗ୍ରାମକୁ କିଭଳି ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା କରାଯିବ ସେହି ସମ୍ପର୍କରେ ଗୁରୁତ୍ତ୍ଵ ଆରୋପ କରାଯାଇଛି । ଏହି ବୈଠକରେ ଉପସ୍ଥିତ ଥିଲେ ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ, ଦଶପଲ୍ଲା ମାନ୍ୟବର ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁର ମାନ୍ୟବର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ପାନୀୟ ଜଳ ଯୋଗାଣ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀଯୁକ୍ତ ଅଭୟ କୁମାର ବିଶ୍ବାଳ, ନୟାଗଡ଼ ଜିଲ୍ଲା ପାନୀୟ ଜଳ ଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜିବ କୁମାର ପାଣିଗ୍ରାହୀ ଓ ସମସ୍ତ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here