ବାଣୀବିହାରରେ ଦୁଇ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ : ଭୁବନେଶ୍ୱର

ଗତକାଲି ଦୁଇ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଉତ୍କଳ ବିଶ୍ୱବିଦ୍ୟାଳୟର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।  ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ ଉତ୍ତ୍ୟକ୍ତ ଛାତ୍ରମାନେ କୁଳପତିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। କ୍ୟାଣ୍ଟିନ୍‌ରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ପରେ ଗୋପବନ୍ଧୁ ଛାତ୍ରାବାସର ଦୁଇ ଛାତ୍ରୀ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗୋଟିଏ ଗୋଷ୍ଠୀ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ କରି ଅସନ୍ତୋଷ ପ୍ରକାଶ କରିଥିବାବେଳେ ଅନ୍ୟ ଗୋଷ୍ଠୀ ଏହାକୁ ବିରୋଧ କରି ସେମାନଙ୍କ ଉପରେ ପାଲଟା ପାଟିତୁଣ୍ଡ କରିଥିଲେ। ଏହାକୁ ନେଇ ମୁହାଁମୁହିଁ ହୋଇଥିଲେ ଦୁଇ ଛାତ୍ର ଗୋଷ୍ଠୀ। ଅନ୍ୟ ଏକ ଗୋଷ୍ଠୀ ଗୋପବନ୍ଧୁ ହଷ୍ଟେଲ୍ ସାମ୍ନାରେ ଧାରଣାରେ ବି ବସିଥିଲେ। ଛାତ୍ର ଅଶାନ୍ତି ପରେ କ୍ୟାମ୍ପସରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here