ବର୍ଷୀୟାନ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ପରଲୋକ : ଭୁବନେଶ୍ୱର

ବର୍ଷୀୟାନ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି।ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ରବି ମିଶ୍ରଙ୍କ ପରଲୋକ ନେଇ ପରିବାର ସୂତ୍ରରୁ ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ଗତକାଲି ଶୁଟିଂସେଟ୍‌ରେ ସେ ହୃଦ୍‌ଘାତର ଅଭିନୟ କରୁଥିଲେ। ଏହି ସମୟରେ ଜଳଖିଆ ଖାଇବା ପରେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିବା ଯୋଗୁ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତାଙ୍କ ହାର୍ଟରେ ୮୦ ପ୍ରତିଶତ ବ୍ଳକେଜ୍‌ ଥିଲା ବୋଲି ଡାକ୍ତର ସୂଚନା ଦେଇଥିଲେ। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here