ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ

ପୁରୀ- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । କରୋନା ମହାମାରୀ ସମୟରେ ପ୍ରଥମ ଥରପାଇଁ ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି । ମହାପ୍ରଭୁଙ୍କ ନିମନ୍ତେ ହେଉଥିବା ଉନ୍ନୟନ ମୂଳକ କାମକୁ କେହି ରୋକିପାରିବେ ନାହିଁ । ଏଥିନିମନ୍ତେ ସହଯୋଗ ଓ ତ୍ୟାଗ କରିଥିବା ବ୍ୟକ୍ତି ବିଶେଷ ମାନଙ୍କୁ ସେ ଧନ୍ୟବାଦ ଜଣେଇଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ନୂତନ ବାଇ ଲ’ କୁ ତୁରନ୍ତ ହଟାଯିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ମାଧ୍ୟମରେ ଆସି ତାଳବଣିଆ ପଡିଆରେ ପହଞ୍ଚିଥିଲେ । ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ -ଟି ସଚିବ ଶ୍ରୀ ଭି.କେ ପାଣ୍ତିଆନ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡଃ କେ. ବିଶାଲ ସିଂ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାର, କେନ୍ଦ୍ରାଞ୍ଚଳ ଡିଆଇଜି ଶ୍ରୀ ଆଶିଷ କୁମାର ସିଂ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ବିନୟ କୁମାର ଦାଶ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ବିଜୟ କୁମାର ଦାଶ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here