ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ବୈଠକ , ନବରଙ୍ଗପୁର:

  ଡ଼ାବୁଗାଁ, ୯/୩ ଆଜି ସ୍ଥାନୀୟ ମିଶନ ଶକ୍ତି ନବରଙ୍ଗପୁର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ତାର ମୁକାବିଲା ସମ୍ୱନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଗାମୀ ଗ୍ରୀଷ୍ମ ଋତୁରେ ପିଇବା ପାଣି, ଏବଂ ଅଂଶୁଘାତ ର ସମସ୍ୟା ଓ ତାହାର ସଫଳ ମୁକାବିଲା କରିବା ନିମନ୍ତେ ଆଲୋଚନା ହୋଇଥିଲା । ବିଶେଷ କରି ଜିଲ୍ଲାର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କରେ ପ୍ରର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ ମହଜୁତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜିଲ୍ଲା ଶ୍ରମ ବିଭାଗ ତରଫରୁ ଶ୍ରମିକ ମାନଙ୍କ କାର୍ଯ୍ୟ ସ୍ଥଳରେ ସ୍ୱତନ୍ତ୍ର ପାଣିର ବ୍ୟବସ୍ଥା କରିବା ସହିତ ଦିନ ୧୧.୦୦ ଘଣ୍ଟା ସମୟରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ଅଂଶୁଘାତର ଆଶଙ୍କା ଥିବାରୁ ରାଜ୍ୟ ସରକାର ଙ୍କ ନିର୍ଦ୍ଦେଶ ଏହି ସମୟ ସୀମା ମଧ୍ୟରେ କୌଣସି ଶ୍ରମିକ ଙ୍କୁ କାର୍ଯ୍ୟରେ ନ ଲଗାଇବା ପାଇଁ ବାରଣ କରାଯାଇଛି । ଏଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସ୍କୁଲ ଏବଂ କଲେଜ ରେ ଶିକ୍ଷା ଦାନ କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।  ଜିଲ୍ଲାର ଅଚଳ ଥିବା  ନଳକୂପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ସହିତ ଆବଶ୍ୟକ ସ୍ଥଳେ ଭ୍ରାମ୍ୟମାଣ ଟ୍ୟାଙ୍କର ସାହାଯ୍ୟରେ ପିଇବା ପାଣି ର ସୁବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ  ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅଂଶୁଘାତ ର ସଫଳ ମୁକାବିଲା ପାଇଁ ପ୍ରତି ବ୍ଲକ ସ୍ତରରେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିୟନ୍ତ୍ରଣ କକ୍ଷ ଖୋଲି ତୁରନ୍ତ ଆବଶ୍ୟକୀୟ ସେବା ଯୋଗାଇ ଦେବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଅଂଶୁଘାତ ର ଆଶଙ୍କା କୁ ଦୃଷ୍ଟିରେ ରଖି  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହିତ ଜିଲ୍ଲାର ପ୍ରତି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନଙ୍କ ରେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

 ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ଭଗବତୀ ଭତ୍ରା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମିନା, ନବରଙ୍ଗପୁର ବିଧାୟକ ପ୍ରତିନିଧି  ପ୍ରହଲ୍ଲାଦ ତ୍ରିପାଠୀ, ସାଂସଦ ପ୍ରତିନିଧି ପ୍ରମୋଦ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଚୌଧୁରୀ ଶୋଭାରଣୀ ମିଶ୍ର,   ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ, ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର କୁମାର ଗାଇପାଇ,  ଗ୍ରାମ୍ୟ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ଅମରେନ୍ଦ୍ର ପାଢ଼ୀ ଙ୍କ ବ୍ୟତୀତ ଜିଲ୍ଲା ସୂଚନା ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ, ଜିଲ୍ଲା  ସମାଜ କଲ୍ୟାଣ ଅଧିକାରୀ ମେହେରୁ ମିଶା ବେଗମ, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହୀ ଙ୍କ ସହିତ ଜିଲ୍ଲାର ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର, ସିଡିପିଓ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବରିଷ୍ଠ ଅଧିକାରୀ  ଯୋଗ ଦେଇଥିଲେ । ବୈଠକ ଶେଷରେ ଉପସ୍ଥିତ ଥିବା ସମସ୍ତ ଙ୍କୁ ଉପଜିଲ୍ଲାପାଳ ଭାସ୍କର ରୋଇତ ଧନ୍ୟବାଦ ଅର୍ପଣ କରିଥିଲେ ।

 ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ରୁ ପ୍ରଜ୍ଞା ରଞ୍ଜନ ପରିଡ଼ା,Odisha1.TV

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here