ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ , ନବରଙ୍ଗପୁର |

ଡାବୁଗାଁ,୭/୪  – ନବରଙ୍ଗପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି  ଜିଲ୍ଲା ସ୍ତରୀୟ ନୋଡାଲ ଅଧିକାରୀ ମାନଙ୍କ ସହିତ ଏକ ସମୀକ୍ଷା ବୈଠକ  ନବରଙ୍ଗପୁର ଜିଲ୍ଲାପାଳ ଡାକ୍ତର ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଓ ବିକାଶମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ବ୍ଲକ ୱାରୀ ସମୀକ୍ଷା କରାଯାଇଥିଲା । ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ପରିଦର୍ଶନ କରି ସମସ୍ତ ଶିଶୁ ଏବଂ ଗର୍ଭବତୀ ମହିଳାମାନଙ୍କୁ ସମସ୍ତ ସରକାରୀ ସୁବିଧା ଯୋଗାଇ ଦେବା ପାଇଁ ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରକୃତ ଚାଷୀଙ୍କୁ ଚିହ୍ନଟ କରି ରବି ଚାଷ ପଞ୍ଜିକରଣ କରିବା ପାଇଁ ଜିଲ୍ଲା ଯୋଗଣ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଛତିଶଗଡ଼ ସୀମାବର୍ତ୍ତୀ ବ୍ଲକ ଗୁଡିକ ରେ ପଞ୍ଚାୟତରାଜ ଲୋକ ପ୍ରତିନିଧି ଏବଂ ବ୍ଲକ ସ୍ତରର ସମସ୍ତ କର୍ମଚାରୀଙ୍କୁ ନେଇ କୋଭିଡ ସଂକ୍ରମଣ ସମ୍ୱନ୍ଧରେ ସଚେତନ ବୈଠକ କରିବା ପାଇଁ ସମ୍ପୃକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ଏବଂ ଜିଲ୍ଲା ନୋଡାଲ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଇଘର, ଝରିଗାଁ ଏବଂ ନନ୍ଦାହାଣ୍ଡି ବ୍ଲକର ରକ୍ତହୀନ ମୁକ୍ତ କାର୍ଯ୍ୟକ୍ରମ କୁ  ତ୍ଵରାନ୍ନିତ ଓ ତଦାରଖ କରିବା ପାଇଁ ସମସ୍ତ ସଂମ୍ପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ନୋଡାଲ ଅଧିକାରୀ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଏପିଡ଼ି ଡିଆରଡିଏ (ଏଡିଏମଏନ )ଶ୍ରୀ ରତ୍ନାକର ସାହୁ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର କୁମାର ଗାଇପାଇ,  ଜିଲ୍ଲା ନିୟୋଜନ ଅଧିକାରୀ ତତ୍ତ୍ୱମସି ମହାପାତ୍ର,  ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଚୌଧୁରୀ ଶୋଭାରାଣୀ ମିଶ୍ର,  ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମେହେରୁ ମିଶା ବେଗମ, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଞ୍ଚାନନ ପଣ୍ଡା, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ନାରାୟଣ ବେହେରା, ଜିଲ୍ଲା ଯୋଗାଣ ଅଧିକାରୀ ସଂଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ନିର୍ମାଣ ବିଭାଗ, ଜେନେରାଲ ମ୍ୟାନଜେର ଜିଲ୍ଲା ଶିଳ୍ପ କେନ୍ଦ୍ର  ଏ॰ ବାଣେଶ୍ୱର ରାଓ ସୁବୁଦ୍ଧିଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।                                                                                                                                                                                         

ନବରଙ୍ଗପୁର ଜିଲା ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା, Odisha1.TV |

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here