ଓଡିଶାରେ ୧୪ ଦିନିଆ ଲକଡାଉନ୍ ଜାଣନ୍ତୁ କଣ ରହିବ ଖୋଲା ଓ କଣ ବନ୍ଦ …

ଭୁବନେଶ୍ୱର, ୦୨|୦୫: କରୋନା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ସାରା ରାଜ୍ୟରେ ଲାଗିଲା ଲକଡାଉନ୍ । ସବୁ ବନ୍ଦ । ମେ ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ କରାଯାଇଛି ୧୪ ଦିନିଆ ଲକଡାଉନ୍ । ଆସନ୍ତୁ ନଜର ପକାଇବା ଲକଡାଉନ୍ ବେଳେ କଣ ଖୋଲା ରହିବ ଓ କଣ ବନ୍ଦ ।

ଏହି ସମୟରେ ରାସନ, ପରିବା ଓ କ୍ଷୀର ଦୋକାନ ଖୋଲା ରହିବ । ପ୍ରତିରକ୍ଷା, କେନ୍ଦ୍ରୀୟ ଫୋର୍ସ, ଟ୍ରେଜେରୀ, ପୋଷ୍ଟାଲ ସେବା, ଟେଲିକମ୍ ସେବା, ଆଇଏମଡି, ଏନଆଇସି, ଜିଏସଟି ଅଫିସ୍ ଖୋଲା ରହିବ । ସେହିପରି ପୋର୍ଟ, ଏୟାରପୋର୍ଟ ଅଳ୍ପ କର୍ମଚାରୀରେ ଚାଲିବ । ଗଣମାଧ୍ୟମ ଅଫିସ୍, ଜଳ ଯୋଗାଣ, ଏଟିଏମ, ଅଗ୍ନିଶମ ଅଫିସ୍, ବିଜୁଳି ଯୋଗାଣ ସେବା, ଆଦି ଖୋଲାରହିବ । ମେଡିସିନ୍ ଦୋକାନ, ଆମ୍ବୁଲାନ୍ସ, କ୍ଲିନିକ୍, ହସ୍ପିଟାଲ ଆଦି ଖୋଲା ରହିବ ।

ତେବେ ମାଛ, ମାଂସ ଅଣ୍ଡା, ଦୋକାନ ଖୋଲା ରହିବ । ହୋମ୍ ଡେଲିଭରୀ ହେବ । ସେହିପରି ଅନ୍ୟ ସମସ୍ତ ଅଫିସ୍, ଦୋକାନ ବଜାର, ବାଣିଜ୍ୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ଗମନାଗମନ ଓ ସାଧାରଣ ଚଳପ୍ରଚଳ ବନ୍ଦ ରହିବ ।

ସମସ୍ତ ପାନ ଦୋକାନ, ହଲ୍, ସପିଂ ମଲ୍ ଆଦି ବନ୍ଦ ରହିବ କୋଚିଂ ସେଣ୍ଟର, ଶିକ୍ଷାନୁଷ୍ଠାନ, ଜିମ୍ ମଧ୍ୟ ବନ୍ଦ ରହିବ ବସ୍ ଚଳାଚଳ ମଧ୍ୟ ବନ୍ଦ ରଖାଯିବ ଅଟୋ ରିକ୍ସା, ସେଲୁନ, ସ୍ପା, ବିଇଟି ପାର୍ଲର, ମନ୍ଦିର ଆଦି ବନ୍ଦ ରହିବ

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here