ଜିଲାସ୍ତରୀୟ ନୋଡାଲ ବୈଠକ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ : ନବରଙ୍ଗପୁର

ଦବୁଗାଁ, ୫/୫  – ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭର୍ଚୁଆଲ ମାଧ୍ୟମରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ବିଶେଷ କରି ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଉଥିବା କୋଭିଡ ସଂକ୍ରମଣ ସମ୍ପର୍କରେ ବ୍ଲକ ୱାରୀ ସମୀକ୍ଷା କରାଯାଇଥିଲା । ଜିଲ୍ଲା ନୋଡାଲ ଅଧିକାରୀ ମାନେ ସମସ୍ତ  କୋଭିଡ କେୟାର ସେଣ୍ଟର ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକ ପରିଦର୍ଶନ କରି କେତେ ଅକ୍ସିଜେନ ମହଜୁଦ ଅଛି, ଆମ୍ବୁଲାନ୍ସର ପରିସ୍ଥିତି, ମୃତ ବ୍ୟକ୍ତିଙ୍କ ଶରୀର ଠିକ ସମୟରେ ଅନ୍ତିମ ସତ୍କାର କିଭଳି ହେବ, ହସ୍ପିଟାଲରେ ଠିକ ସମୟରେ ରୋଗୀଙ୍କୁ ଖାଦ୍ୟ ଯୋଗାଇବା, ଖାଦ୍ୟ ର ଗୁଣବତ୍ତା,  ହସ୍ପିଟାଲ ରେ ସଫାସୁତୁରା ଇତ୍ୟାଦି ବିଷୟରେ ତଦାରତ  କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା । ପ୍ରତ୍ୟେକ ବ୍ଲକ କାର୍ଯ୍ୟାଳୟରେ ୨୪ ଘଣ୍ଟା ନିୟନ୍ତ୍ରଣ କକ୍ଷ ଖୋଲିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ କେୟାର ସେଣ୍ଟରେ ମାନଙ୍କରେ ହେଲ୍ପଡେସ୍କ ଖୋଲିବା ସହିତ ଲକଡାଉନ ସମୟରେ ପ୍ରବାସୀ ଓଡ଼ିଆଙ୍କ ଆଗମନ କୁ ଦୃଷ୍ଟିରେ ରଖି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର (ଟିଏମସି)  ଗୁଡ଼ିକ ସଜାଗ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଯେଉଁ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଛନ୍ତି, ସେମାନଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ କରି ସୁବିଧା ଅସୁବିଧା ବୁଝିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ବୈଠକରେ ନୋଡାଲ ଅଧିକାରୀ  ପିଡି ଡିଆରଡିଏ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଏପିଡ଼ି ଡିଆରଡିଏ (ଏଡିଏମଏନ ) ରତ୍ନାକର ସାହୁ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର କୁମାର ଗାଇପାଇ,  ଜିଲ୍ଲା ନିୟୋଜନ ଅଧିକାରୀ ତତ୍ତ୍ୱମସି ମହାପାତ୍ରଙ୍କ ବ୍ୟତୀତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଚୌଧୁରୀ ଶୋଭାରାଣୀ ମିଶ୍ର,  ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମେହେରୁ ମିଶା ବେଗମ, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଞ୍ଚାନନ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନାରାୟଣ ବେହେରା, ଜିଲ୍ଲା ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ନିର୍ମାଣ ବିଭାଗ, ଜେନେରାଲ ମ୍ୟାନଜେର ଜିଲ୍ଲା ଶିଳ୍ପ କେନ୍ଦ୍ର ଏ॰ ବାଣେଶ୍ୱର ରାଓ ସୁବୁଦ୍ଧିଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।     

ନବରଙ୍ଗପୁର ଜିଲା ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା,Odisha1.TV

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here