ପୁରୀ ଜିଲ୍ଲାରେ କୋଭିଡ୍ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ୨ କୋଟି ଟଙ୍କାର ସହାୟତା ଘୋଷଣା I

ପୁରୀ ଜିଲ୍ଲାରେ କୋଭିଡ୍ ପରିଚାଳନା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଅତିରିକ୍ତ ୨ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (ସିଏମ୍‌ଆର୍‌ଏଫ୍‌)ରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ଏହି ପ୍ୟାକେଜ୍ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା କୃତଜ୍ଞତା ଜଣାଇଛନ୍ତି । ପୂର୍ବରୁ ପୁରୀ ଜିଲ୍ଲାକୁ ୧୪ କୋଟି ୫୯ ଲକ୍ଷ ୭୪ ହଜାର ଟଙ୍କା ସହାୟତା ଦିଆଯାଇଥିଲା । ଏବେ ଆଉ ୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ପୁରୀ ଜିଲ୍ଲାରେ କୋଭିଡ୍ ପରିଚାଳନା ଓ ନିୟନ୍ତ୍ରଣରେ ଏହି ଅନୁଦାନ ବିଶେଷ ସହାୟକ ହେବ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here