ଆଜିର ରାଶିଫଳ ‘୧୩ ମଇ ୨୦୨୧’

ମେଷ ରାଶି

ବିଭିନ୍ନ ପ୍ରକାର ସମସ୍ୟା ହେତୁ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।

ବୃଷ ରାଶି

ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନଥିଲେ ମଧ୍ୟ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ହଜିଯିବାର ସମ୍ଭାବନା ରହିଛି ।

ମିଥୁନ ରାଶି

ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହୋଇପାରନ୍ତି।

କର୍କଟ ରାଶି

ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ,ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।

ସି˚ହ ରାଶି

ଦେହ ଭଲ ରହିବ ମାତ୍ର କର୍ମକ୍ଷେତ୍ରରେ କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ପ୍ରତ୍ୟେକ ପ୍ରକାର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଫିସରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାତ୍ମକ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ।

କନ୍ୟା ରାଶି

ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ପରିସ୍ଥିତିରେ ପଡ଼ି ନିଜକୁ ସଂକୁଚିତ କରି ରଖିବାକୁ ବାଧ୍ୟ ହେବେ।

ତୁଳା ରାଶି

ବିରକ୍ତି ପ୍ରକାଶ କରି ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ମତାନ୍ତର ଜନିତ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ବିଛା ରାଶି

ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିପାରନ୍ତି। ଯାତ୍ରା ସମୟରେ ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସାଂଗଠନିକ କାର୍ଯ୍ୟରେ ସମସ୍ୟା ଆପଣାଛାଏ ସମାଧାନ ହୋଇଯିବ।

ଧନୁ ରାଶି

କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡ଼ୋଶୀମାନେ କିମ୍ବା ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ ଶତ୍ରୁତା କରିପାରନ୍ତି। ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।

ମକର ରାଶି

ମତାନ୍ତରଜନିତ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁଙ୍କ ସହାୟତାରେ ସଫଳତା ମିଳିବ। ରତ୍ପାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।

କୁମ୍ଭ ରାଶି

ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ସହକର୍ମୀଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁଙ୍କ ସହ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବ।

ମୀନ ରାଶି

ଦୀର୍ଘଦିନରୁ ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହେବ। କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାହିତ୍ୟ, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here