ରାଜଭବନ ପେଟ୍ରୋଲ ପମ୍ପରେ ନିଆ ଲାଗିବା ଘଟଣା : ଜଣେ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପରେ ନିଆଁ ଲାଗିବା ଘଟଣା । ପଟ୍ରୋଲ ପମ୍ପରେ ନିଆଁ ଲାଗି ଗୁରୁତର ଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଣଙ୍କର ମୃତ୍ୟୁ ହୋଇଛି । କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଏ ନେଇ SCB ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ସତ୍ୟ ନାୟକ। ଗତକାଲି ବିସ୍ଫୋରଣରେ ତାଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ି ଯାଇଥିଲା ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ବୁଧବାର ଦିନ ଅପରାହ୍ନ ସମୟରେ  ଭୁବନେଶ୍ବର ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ବଡଧରଣ  ବିସ୍ଫୋରଣ ହୋଇଥିଲା । ଏହି ବସ୍ଫୋରଣରେ ୧୦ ଜଣ ଆହାତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଗୁରୁତର ଅବସ୍ଥାରେ ୨ ଜଣଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ଆଜି ଜଣଙ୍କର ମୃତ୍ୟୁ ହୋଇଯାଇଛି ।

ସମ୍ପାଦିତ ଅମର୍ତ୍ୟ ଅନୁରାଗ…

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here