ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର :   ଆସନ୍ତା ନଭେମ୍ବର ୩ରେ ଅନୁଷ୍ଠିତ ହେବାକୁ ଥିବା ତିର୍ତ୍ତୋଲ ଓ ବାଲେଶ୍ୱର ଉପ ନିର୍ବାଚନ ପାଇଁ ପ୍ରଥମେ ବିଜେପି ଓ ବିଜେଡି ପରେ ଏବେ କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ ଓ ବାଲେଶ୍ୱରରୁ ମମତା କୁଣ୍ଡୁଙ୍କୁ ପ୍ରାର୍ଥୀ କରିଛି ଦଳ ।

ପୂର୍ବରୁ ବିଜେପି ଓ ବିଜେଡି ନିଜର ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଛନ୍ତି । ରବିବାର ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବା ବେଳେ ସୋମବାର ବିଜେଡି ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା । ବାଲେଶ୍ୱର ସଦରରୁ ମାନସ ଦତ୍ତ ଓ ତିର୍ତ୍ତୋଲ ଆସନରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ବିଜେପି । ସେହିପରି ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ସଦରରୁ ସ୍ୱରୁପ କୁମାର ଦାସ ଓ ତିର୍ତ୍ତୋଲ ଆସନରୁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରାଯାଇଛି I

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here