ଆଜି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ।

ପ୍ରବଳ ବର୍ଷା ନେଇ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା- ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା। ଏସବୁ ଜିଲ୍ଲା ସହ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ବଳୟକୁ ଦୃଷ୍ଟିରେ ରଖି ୨୦ ତାରିଖରୁ ବର୍ଷାର ପରିମାଣ ବଢିପାରେ। ଏଥିପାଇଁ ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

୧୯, ୨୦, ୨୧ ତାରିଖ ଏହି ତିନି ଦିନ ମତ୍ସ୍ୟଜୀବୀ ମାନଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗର ଭିତରକୁ ନ ଯିବା ପାଇଁ ସତର୍କ କରାଯାଇଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here