ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲାରେ ବର୍ଷା ଲାଗି ରହିପାରେ । ରାଜ୍ୟର ୧୬ଟି ଜିଲ୍ଲାକୁ ଆଂଚଳିକ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଦେଇଛି । ଭଦ୍ରକ, ବାଲେଶ୍ୱର, ଗଂଜାମ, ଗଜପତି, ମାଲକାନଗିରି, କେରାପୁଟ, ରାୟଗଡ଼ା, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ନୟାଗଡ଼, କନ୍ଧମାଳ, ଅନୁଗୁଳ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦୋକ ଏଚଆର ବିଶ୍ୱାସ କହିଛନ୍ତି, ୧୨ଟି ଜିଲ୍ଲାକୁ ବର୍ଷା ୱାର୍ଣ୍ଣି ଦିଆଯାଇଛି । ଏଥିରୁ ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଗୁଡ଼ିକ ହେଲା ମୟୂରଭଂଜ, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଗଜପତି ଜିଲ୍ଲା ।

ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ଅକ୍ଟୋବର ୨୨ରୁ ୨୪ ତାରିଖ‌ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ବର୍ଷା ହେବା ଦ୍ବାରା ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିସହ ପାହାଡ଼ ଧସିବା, ମାଟି ଘର ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ଥିବା ବେଳେ ସହରାଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋ‌ଇପାରେ। ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ବେଳେ ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ କିମି ବି ଛୁଇଁବାର ସମ୍ଭାବନା ରହିଛି ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here