କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା: ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍

ଭୁବନେଶ୍ୱର: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏଥି ସହିତ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲଦଣ୍ଡାଦେଶ ହୋଇଛି।  ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଦିଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

ସୂଚନାଥାଉ କି, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ତତ୍କାଳୀନ ଏନ୍‌ଡିଏ ସରକାରରେ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲୀପ ରାୟ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି NDAର ଅଂଶୀଦାର ଥିଲା। ବିଜେଡିରୁ ଏନ୍‌ଡିଏ ସରକାରରେ ମନ୍ତ୍ରୀ ହୋଇଥିଲେ ଦିଲୀପ । ଏହି ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ । ସେତେବେଳେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ।  ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ। 

ସେହିପରି କାଷ୍ଟନ୍ ଟେକନୋଲଜି ଲିମିଟେଡ୍, ଏହାର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଏବଂ କାଷ୍ଟନ୍ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here