୨୪ ଘଣ୍ଟା ଭିତରେ ୧୨ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୨କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୮୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଆଜି ଭୁବନେଶ୍ୱରରୁ, ନୂଆପଡ଼ା ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି ପୁରୀ, ସୁନ୍ଦରଗଡ, ନବରଙ୍ଗପୁର, କଟକ, ଗଞ୍ଜାମରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

ସୂଚନାଥାଉ କି, ଆଜି ରାଜ୍ୟରେ  ୧,୫୪୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here