ହୁତୁ ହୁତୁ ହୋଇ ଜଳିଗଲା ଗାଡ଼ି

ରାଉରକେଲା: ସ୍କର୍ପିଓରେ ଆପତ୍ତିଜନକ ସାମଗ୍ରୀ ଚାଲାଣ ବେଳେ ରାଉରକେଲାରେ ଉତ୍ତେଜନା ପ୍ରକାଶ ପାଇଛି।ଟାଙ୍ଗରପାଲି ଥାନା ଅନ୍ତର୍ଗତ ହେକେଟ ରୋଡରେ ଆଜି ଭୋର ସମୟରେ ଏକ ସ୍କର୍ପିଓର ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇଥିଲେ। ତେବେ ଗାଡିଟି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ଗାଡ଼ିରେ ଜଣେ ମହିଳାଙ୍କ ସମେତ ୩ ଜଣ ଥିଲେ। ଗାଡ଼ିରେ ଆପତ୍ତିଜନକ ସାମଗ୍ରୀ ଥିବା ଜାଣିବା ପରେ ୧୦ରୁ ୧୨ ଜଣ ଯୁବକ ବାଇକ୍‌ରେ ଆସି ବିଭିନ୍ନ ସ୍ଲୋଗାନ ଦେଇ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ଯୁବକମାନେ ସେମାନଙ୍କୁ ମାଡ଼ ମଧ୍ୟ ମାରିଥିଲେ। ଏହାପରେ ସ୍କର୍ପିଓ‌ରେ ଆସିଥିବା ମହିଳାଙ୍କ ସମେତ ୩ ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଟାଙ୍ଗରପାଲି ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here