ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦେଇପାରିଲାନି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦେଇ ପାରିଲାନି କ୍ରାଇମ୍‌ବ୍ରାଞ୍ଚ । ଷ୍ଟାଟସ୍‌ ରିପୋର୍ଟ ଦେଇନପାରିବାରୁ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ୧୧ ତାରିଖ ସୁଦ୍ଧା ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ତା ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପରିବାର ।

ଜୁଲାଇ‌ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସସ୍‌ପେନ୍ସ ଜାରି ରହିଛି I

ସୌଜନ୍ୟ – ଓଟିଭି

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here