ରାଜ୍ୟରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୮୩ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଆଜି ଭୁବନେଶ୍ୱରରୁ ୨ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ନୂଆପଡାରୁ ୨ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏ ରୋଗୀ ଆଖି ବୁଜିଛନ୍ତି। ଅନ୍ୟପକ୍ଷେ ବରଗଡ, ବାଲେଶ୍ୱର, କଟକ, କଳାହାଣ୍ଡି, କେନ୍ଦ୍ରାପଡା, ସମ୍ବଲପୁର, ଖୋର୍ଦ୍ଧା, ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଆଜି ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here