ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀଙ୍କ ପରଲୋକ

ଭୁବନେଶ୍ୱର: ଗତ ରାତିରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଯାଇଛି। କରୋନାଭାଇରସ୍‌ଦ୍ୱାରା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here